ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବିତରଣ

ଜୁନାଗଡ଼,୨୫/୧୧/୨୦୨୪ (ଓଡ଼ିଶା ସମାଚାର /ରାକେଶ ବେମାଲ ) ଜୁନାଗଡ଼ ସ୍ଥିତ ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ଛାତ୍ର ଛାତ୍ରୀ ମାନଙ୍କ ପାଇଁ  ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ନେପାଳ ଚନ୍ଦ୍ର ବାଗ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ବିରୁପାକ୍ଷ ନାଏକ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ଜୁନାଗଡ଼ ସରକାରୀ ହାଇସ୍କୁଲ ର ପୁରାତନ ଛାତ୍ର ସଂସଦ ସଭାପତି ସନ୍ତୋଷ କୁମାର ସିଂହଦେଓ, ବରିଷ୍ଠ ସାମ୍ବାଦିକ ନରେନ୍ଦ୍ର କ୍ଷିତି, ସୁନ୍ଦରମୋହନ ଛତ୍ରୀଆ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ମନୋଜ ନାଏକ ଓ ସସ୍ମିତା ପ୍ରଧାନ ।

Leave a Reply

Your email address will not be published. Required fields are marked *