ଜଗତସିଂହପୁର,୨୫/୧୧/୨୦୨୪ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୯୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୦୬ ଟି, ଆବାସ ଯୋଜନା ସମର୍କୀୟ ୨୫ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୪ ଟି, ପେନସନ ପାଇବା ପାଇଁ ୪ ଟି,ପୋଲିସ ସହାୟତା ପାଇବା ପାଇଁ ୦୨ଟି, ଏବଂ ଅନ୍ୟାନ୍ୟ ୧୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥପୁର, ଶ୍ରୀ ଆଶୁତୋଷ ମିଶ୍ର,ତହସିଲଦାର,ରଘୁନାଥପୁର , ଶ୍ରୀମତୀ ଅଭିପ୍ସା ପଟ୍ଟନାୟକ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।