ଜଗତସିଂହପୁର ୦୨/୧୨/୨୦୨୪ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ବିଭିନ୍ନ ଅଧିକାରୀ ମାନେ ଜନସାଧାରଣଙ୍କ ଦ୍ଵାରା ଆଗତ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୮୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୭୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୨ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୩୮ ଟି, ଆବାସ ଯୋଜନା ସମର୍କୀୟ ୪୮ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୫୫ ଟି, ପେନସନ ପାଇବା ପାଇଁ ୫ ଟି ଏବଂ ଅନ୍ୟାନ୍ୟ ୩୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ତିର୍ତ୍ତୋଲ , ଶ୍ରୀଦୀପକ ପ୍ରସାଦ ସ୍ୱାଇଁ, ତହସିଲଦାର, ତିର୍ତ୍ତୋଲ, ଶ୍ରୀ ସୁଧାଂଶୁ ଶେଖର ସାହୁ,ଜିଲ୍ଲା ସ୍ତରୀୟ ଅଧିକାରୀ, ତିର୍ତ୍ତୋଲ ଏସ ଡି ପି ଓ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
