ଯାଜପୁର ୧୦/୧୨/୨୦୨୪ (ଓଡ଼ିଶା ସମାଚାର)- ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବଡ଼ଚଣା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ
ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୧୫୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୩ ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୯୯ ଗୋଟି, ଅଭିଯୋଗର ଶୁଣାଣି କରାଯାଇଥିଲା। ୧୦୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ
ଶ୍ରୀ ୟଶପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକ୍ରିଷ୍ଣ ଜେନା, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଶିବାଶିଷ ମହାରଣା, ଉପ ଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥି , ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ବଡ଼ଚଣା, ରବୀନ୍ଦ୍ର କୁମାର ପ୍ରଧାନ, ତହସିଲଦାର,ବଡ଼ଚଣା, ମାନସ ରଞ୍ଜନ ତ୍ରିପାଠୀ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
