ସୁନ୍ଦରଗଡ ସଡକ ଦୁର୍ଘଟଣାରେ ମୃତ ବ୍ୟକ୍ତି ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା

ଘୋଷଣା ଭୁବନେଶ୍ୱର, ୧୭/୧୨/୨୦୨୩ (ଓଡ଼ିଶା ସମାଚାର)-ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave a Reply

Your email address will not be published. Required fields are marked *