ପାଣିପାଗ : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୯/୧୨/୨୦୨୪ (ଓଡ଼ିଶା ସମାଚାର)- ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ମେଘୁଆ ପାଗ ଲାଗି ରହିବା ସହିତ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ଶୁକ୍ରବାର ଠାରୁ ରବିବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ହାଲ୍‌କା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସମେତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନର ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *