ଯାଜପୁର, ୧୮/୧୨/୨୦୨୩ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ବଡଚଣା ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଊପ-ଜିଲାପାଳ ଶ୍ରୀ ଗୋପୀନାଥ କୁଅଁର, ସହକାରୀ ଜିଲାପାଳ, ସାଧାରଣ ଓ ବିବିଧ ତଥା ଅଭିଯୋଗ ପ୍ରକୋଷ୍ଠ ଅଧିକାରିଣୀ ଶ୍ରୀମତୀ ଲକ୍ଷ୍ମୀପ୍ରିୟା ଦାସ, ବି.ଡି.ଓ., ବଡଚଣା ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ତହସିଲଦାର, ଦର୍ପଣ ଶ୍ରୀ ମାନସ କୁମାର ତ୍ରିପାଠୀ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ ଇଂ. କାମଦେବ ଦାସ, ଅଧିକ୍ଷଣ ଯନ୍ତ୍ରୀ, ଜଳ ନିଷ୍କାସନ ଖଣ୍ଡ, ଯାଜପୁର ଶ୍ରୀ ଦିଲିପ ନନ୍ଦନ ମହାପାତ୍ର, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ସହକାରୀ ଜିଲା ଶିକ୍ଷା ଅଧିକାରୀ ଶ୍ରୀ ଶଶିଧର ସିଂ, ଅଗ୍ରଣୀ ବ୍ୟାଙ୍କ ପରିଚାଳକ, ଯାଜପୁର ଶ୍ରୀ ରାଜ କିଶୋର ଭୂୟାଁ, ଅବକାରୀ ଅଧିକ୍ଷକ, ଯାଜପୁର ଶ୍ରୀ ଅମରେନ୍ଦ୍ର କୁମାର ଜେନା, ସହକାରୀ ନିବନ୍ଧକ, ସମବାୟ ସମିତି ଶ୍ରୀ ଶରତ ଚନ୍ଦ୍ର ମଲ୍ଳ୍ିକ, ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲା ସମାଜ ମଙ୍ଗଳ ଅଧିକାରୀ, ଯାଜପୁର ଶ୍ରୀମତୀ ମଂଜୁଲତା ନାୟକ, ଜିଲା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ବେସାମରିକ ଯୋଗାଣ ଅଧିକାରୀ ସେକ୍ ସଲାଉଦ୍ଧିନ ଖାଁ ଙ୍କ ସମେତ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୨୧୯ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୮୮ ଗୋଟି ଅଭିଯୋଗ ଆସିଥିଲା । ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୧୦୦ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୧୮୮ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା । ପ୍ରକାଶ ଥାଉ କି, ଡିସେମ୍ୱର ମାସ ୨୬ ତାରିଖ ମଙ୍ଗଳବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିବେ ।