ବଣ୍ଡାଘାଟିରେ ସୁଭଦ୍ରା ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ୱର, ୨୦/୧୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ମାଲକାନଗିରି ଜିଲ୍ଲା ର ଖଇରପୁଟ ର ମୁଦୁଲିପଡା ଠାରେ ବଣ୍ଡାଘାଟୀ ଅଞ୍ଚଳରେ ସୁଭଦ୍ରା ଯୋଜନା ର କାର୍ୟ୍ୟକାରିତା ଉପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ରେ ମାନ୍ୟବର ବିଧାୟକ, ଚିତ୍ରକୋଣ୍ଡା ଏବଂ ମାଲକାନାଗିରି, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଏବଂ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ବଣ୍ଡାଘାଟିରେ ସୁଭଦ୍ରା ଯୋଜନାର ସହାୟତା ପଂହଁଚି ପାରୁନି ବୋଲି ବାରମ୍ବାର ଅଭିଯୋଗ ଆସୁଥିଲା। ଏହି ସଂକ୍ରାନ୍ତରେ ଉପମୁଖ୍ୟମନ୍ତ୍ରୀ ନିଜେ ସମୀକ୍ଷା କରିବେ ବୋଲି କହିଥିଲେ। ଆଜି ଉପମୁଖ୍ୟମନ୍ତ୍ରୀଙ୍କ କୋରାପୁଟ-ମାଲକାନଗିରି ଗସ୍ତରେ ନିଜ କଥା ଅନୁସାରେ ନିଜେ ବଣ୍ଡାଘାଟି ଯାଇ ସୁଭଦ୍ରା ଯୋଜନାର ସମୀକ୍ଷା କରିଛନ୍ତି।

Leave a Reply

Your email address will not be published. Required fields are marked *