ଭୁବନେଶ୍ୱର,୨୦/୧୨/୨୦୨୪(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଆଗାମୀ ଡିସେମ୍ବର ୨୩ ତାରିଖ ସୋମବାର ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।