କଟକ ସଦର,୨୩/୧୨/୨୦୨୪ (ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା):କଟକ ସଦର ଅନ୍ତର୍ଗତ କିଶନନଗର ତହସିଲ ଠାରେ ଆଜି (ସୋମବାର ଦିନ) କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଏକ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୦୭ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଗୁଡିକର ତ୍ୱରିତ ସମାଧାନ ପାଇଁ ବିଧାୟକ ଇଂ ସେଠୀ ଉପସ୍ଥିତ ଥିବା ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଉକ୍ତ ଶିବିରରେ କିଶନନଗର ତହସିଲଦାର କ୍ଷୀରୋଦ କୁମାର ଦାଶ, ସଦର ତହସିଲଦାର ସୁଜୟ କୁମାର ପତି, ସଦର ଵିଡିଓ ଇଂ ପ୍ରତୀକ କୁମାର ସାହୁ, ଅତିରିକ୍ତ ଵିଡିଓ ଝାଡେଶ୍ୱର ଦାସ, ସହକାରୀ ନିର୍ବାହୀ ଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁ, ଵେଣ୍ଟକାର ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡ଼ଃ ପ୍ରଶାନ୍ତ କୁମାର ସାମଲ, କିଶନନଗର ଥାନା ଅଧିକାରିଣୀ ଦୂର୍ଗେଶ ନନ୍ଦିନୀ ମହାନ୍ତି ଙ୍କ ସମେତ ସମସ୍ତ ଲାଇନ୍ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ଯୋଗ ଦେଇଥିଲେ। ଏହି ଅବସରରେ କଟକ ସଦର ଅଞ୍ଚଳର ବିଭିନ୍ନ ସମସ୍ୟା ର ସମାଧାନ ପାଇଁ ସାମ୍ବାଦିକ ବିଷ୍ଣୁ ଚରଣ ବେହେରା, ସାମ୍ବାଦିକ ସାଜିଦ୍ ଅଲ୍ଲୀ, ସାମ୍ବାଦିକ ସରାଫତ୍ ଅଲ୍ଲୀ, ସାମ୍ବାଦିକ ଦେବେନ୍ଦ୍ର ସେଠୀ ବିଧାୟକ ଇଂ ସେଠୀଙ୍କ ସହିତ ଶିବିରରେ ଆଲୋଚନା କରିଥିଲେ।