Odisha Breaking News , Odisha Current News – ଡକ୍ଟର ହରିବାବୁ କମ୍ଭମପତି ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତ

ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ରାଜ୍ୟପାଳ ପଦରୁ ଇସ୍ତଫା – – ଆସନ୍ତାକାଲି ନୂଆ   ରାଜ୍ୟପାଳ  ଦାୟିତ୍ୱ ଗ୍ରହଣ କରିବେ ।

ଭୁବନେଶ୍ୱର,୨୪/୧୨/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି। ରଘୁବର ଦାସଙ୍କ ଇସ୍ତଫା ପରେ ମିଜୋରାମ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଆସନ୍ତାକାଲି ସେ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିବେ ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଓଡ଼ିଶା ସମେତ ୫ଟି ରାଜ୍ୟର ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ରାଷ୍ଟ୍ରପତି ଭବନରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମିଜୋରାମ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅବସରପ୍ରାପ୍ତ ଜେନେରାଲ (ଡଃ) ବିଜୟ କୁମାର ସିଂହଙ୍କୁ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସେହିପରି ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ ଓ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ମଣିପୁରର ରାଜ୍ୟପାଳ ଭାବେ ଅଜୟ କୁମାର ଭଲ୍ଲାଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ଏହି ନିଯୁକ୍ତି ସେମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ କାର୍ଯ୍ୟକାରୀ ହେବ।

Leave a Reply

Your email address will not be published. Required fields are marked *