ଭୁବନେଶ୍ୱର, ୩୦/୧୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ପାଇଁ ଦେଶ ସାରା ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ଏହି ରାଷ୍ଟ୍ରୀୟ ଶୋକକୁ ସମ୍ମାନ ଜଣାଇ ସରକାରୀ ନିୟମ ଅନୁଯାୟୀ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ମଧ୍ୟରେ ନବବର୍ଷ ୨୦୨୫ ମଧ୍ୟ ଆସୁଛି। ତେଣୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନଙ୍କୁ ନବବର୍ଷରେ ତାଙ୍କ ନିକଟକୁ କୌଣସି ପ୍ରକାର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନ ନେଇ ଆସିବାକୁ ଅନୁରୋଧ କରିଛନ୍ତି।
-0-
ତନୁଜା ମହାନ୍ତି ,ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ