ଧର୍ମପରାୟଣ ବ୍ୟକ୍ତିଙ୍କ ପରଲୋକ

ଗରଦପୁର, ୩୧/୧୨/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡା ପଞ୍ଚାୟତ ଅଧିନ ନରଡା (କୋଳିପଦା) ଗ୍ରାମର ଗୋପାଳ ଦାଶ ଙ୍କର ୫୮ ବର୍ଷ ବୟସରେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲ ରେ ଆଜି ପରଲୋକ ଘଟିଛି । ସେ ମୁମ୍ବାଇ ଠାରେ ଏକ ଘରୋଇ କାମ୍ପାନୀ ରେ କାମ କରୁଥିଲେ । ସେ ଜଣେ ଧର୍ମପରାୟଣ ଓ ସରଳ ହୃଦୟର ଲୋକ ଥିଲେ । ଗାଁ ରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ସହ ଜଡ଼ିତ ଥିଲେ । ପୁରୀ ସ୍ୱର୍ଗଦ୍ୱାର ରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ପୁତ୍ର ଅମିତ ଦାଶ ମୁଖାଗ୍ନି ଦେଇଥିଲେ । ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ବିୟୋଗ ରେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, ବାସନ୍ତପୁର ସାଇ ମନ୍ଦିର ର ଟ୍ରଷ୍ଟି ଡ଼ ରୁଦ୍ର ମହାନ୍ତି ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି ।

Leave a Reply

Your email address will not be published. Required fields are marked *