ନୂଆ ବର୍ଷରେ ପତିତ ଉଦ୍ଧାର ସମିତି ଅନ୍ତେବାସୀଙ୍କୁ ଫଳ ଓ କମ୍ବଳ ବଣ୍ଟନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର,୦୧/୦୧/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ନୂଆ ବର୍ଷ -୨୦୨୫ ଅବସରରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅନ୍ଧାରୁଆ ସ୍ଥିତ ଓଡ଼ିଶା ପତିତ ଉଦ୍ଧାର ସମିତି ପରିଦର୍ଶନରେ ଯିବା ସହ ଅନ୍ତେବାସୀଙ୍କୁ ଫଳ ଓ କମ୍ବଳ ବଣ୍ଟନ କରିଛନ୍ତି । ଅପରାହ୍ନରେ ମନ୍ତ୍ରୀ ଏଠାକୁ ଯିବା ସହ ଏଠାରେ ରହୁଥିବା ଶାରୀରିକ ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ମାନଙ୍କୁ ସୁବିଧା ଅସୁବିଧା ପଚାରି ବୁଝିବା ସହ ନୂଆ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅନ୍ତେବାସୀ ମାନଙ୍କୁ ଫଳ ଓ କମ୍ବଳବଣ୍ଟନ କରିବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଥିଲେ ।

ସମାଜରେ ବସବାସ କରୁଥିବା ଏହି ଶ୍ରେଣୀର ଲୋକ ଦୟା କିମ୍ବା ସହନାଭୂତି ନୁହେଁ ବରଂ ସମ୍ମାନର ପାତ୍ର । ଏହି ସମସ୍ତ ବର୍ଗର ଉନ୍ନତି ସାଧିତ ହୋଇ ପାରିଲେ ବିକଶିତ ଓଡ଼ିଶା ତଥା ବିକଶିତ ଭାରତ ଗଠନ ସମ୍ଭବ ହୋଇ ପାରିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଥିଲେ ।ଏହି ଅବସରରେ ଓଡ଼ିଶା ପତିତ ଉଦ୍ଧାର ସମିତିର ପ୍ରତିଷ୍ଠାତା ଶ୍ରୀମତୀ ଅଭାରାଣୀ ଚୌଧୁରୀ ଓ ଅନ୍ୟ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।

-0-

ସୁଜିତ ରଞ୍ଜନ ସ୍ୱାଇଁ ,ଲୋକସମ୍ପର୍କ ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *