ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଭୁବନେଶ୍ୱର,୦୨/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆସନ୍ତା ଜାନୁଆରୀ ୬ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖ ରେ ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣି ର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
-0-
ପଠାଣି ରାଉତ ,ଲୋକ ସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ