ଆଜି  (୩.୧.୨୦୨୫ରେ) ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି

ଭୁବନେଶ୍ୱର, ୦୩/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ର ଏକ ବୈଠକ  ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ  ଶ୍ରୀ ମନୋଜ ଆହୁଜା କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇଥିଲେ ।

       କ୍ୟାବିନେଟ୍ ବୈଠକରେ ମୋଟ ୯ ଟି ପ୍ରସ୍ତାବ ଉପରେ  ଆଲୋଚନା ହୋଇଥିଲା   ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିଛି  । ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନ ସଭାର  ୨ୟ ଅଧିବେଶନର ସତ୍ରାବସାନ ସଂପର୍କିତ ଥିଲା ।

-0-

ପଠାଣି ରାଉତ ,ମୁଖ୍ୟ ଶାସନ ସଚିବଙ୍କ ଲୋକସଂପର୍କ ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *