ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ୦୬/୦୧/୨୦୨୫ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ  ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୩୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୩ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୨ ଟି,ଜମିଜମା ସମସ୍ୟା ସମ୍ପର୍କୀୟ ୦୨ ଟି, ପେନସନ ପାଇବା ପାଇଁ ୩ ଟି, ପୋଲିସ ସହାୟତା ପାଇବା ପାଇଁ ୦୨ ଟି, ଏବଂ ଅନ୍ୟାନ୍ୟ ୨୪  ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ବାଲିକୁଦା, ଶ୍ରୀ ବିକାଶ କୁମାର ମହାନ୍ତି,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *