ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର, ୦୬/୦୧/୨୦୨୫ (ଓଡ଼ିଶା ସମାଚାର)-ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର  ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ  ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୨୧୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ  ୧୧୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୦୭  ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୯୩ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୧୯ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥି,ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ କୈଳାଶ ସେଠୀ, , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ  , ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ଯାଜପୁର , ତହସିଲଦାର, ଯାଜପୁର ଶ୍ରୀ ଅରବିନ୍ଦ ବେହେରା ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *