ବିନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ର ବାର୍ଷିକ କ୍ରୀଡା

ଭୁବନ ୧୦/୦୧/୨୦୨୫ (ଓଡ଼ିଶା ସମାଚାର)-ଭୁବନ ବିନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ୧୧ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି । ପ୍ରାରମ୍ଭରେ ଛାତ୍ର ଛାତ୍ରୀ ମାନେ ଶ୍ରୀରାମ ମନ୍ଦିର ରେ ପୂଜାର୍ଚ୍ଚନା କରି ମଶାଲ ଶୋଭାଯାତ୍ରା ରେ ବାହାରି ସହର ପରିକ୍ରମା କରି ବିଦ୍ୟାଳୟରେ ପହଞ୍ଚିଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ସମୀର କୁମାର ସାହୁ କାଳୀ ବଜାର ଠାରେ ସହିଦ୍ ବାଜି ରାଉତ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପ୍ରଧାନ ଶିକ୍ଷକ କାମାକ୍ଷା ପ୍ରସାଦ ବେହେରା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ବିଡିଓ ସୁଶ୍ରୀ ଆୟୁଶୀ ମହାପାତ୍ର ମୁଖ୍ୟ ଅତିଥି ଓ ଭୁବନ ଉଚ୍ଚ ବିଦ୍ୟାଳୟ କ୍ରୀଡା ଶିକ୍ଷକ ସାଗର ରାଉତ,ପୂର୍ବତନ ସମ୍ପାଦକ ହରିହର ମିଶ୍ର ଯୋଗଦେଇ ସୁସ୍ଥ ଶରୀର ପାଇଁ କ୍ରୀଡା ଅପରିହାର୍ଯ୍ୟ ବୋଲି ମତବ୍ୟକ୍ତ କରିଥିଲେ । ଚଳିତ ବର୍ଷ ଛାତ୍ର ଛାତ୍ରୀ ମାନଙ୍କୁ ୮ ଟି ବିଭାଗ ରେ ବଣ୍ଟନ କରାଯାଇ ୫୦ ଟି କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ସକ୍ରିୟ ଅଂଶ ଗ୍ରହଣ ଓ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *