ଆସନ୍ତା ୧୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୧/୦୧/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ଆସନ୍ତା ୧୩ ତାରିଖ (ସୋମବାର) ଦିନ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *