ଜଗତସିଂହପୁର,୧୩/୦୧/୨୦୨୫ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଜେ. ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୩୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୧୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୯ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୯ ଟି, ଆବାସ ଯୋଜନା ସମ୍ପର୍କୀୟ ୨୬ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୨୦ ଟି, ପେନସନ ପାଇବା ପାଇଁ ୧୫ ଟି, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ପାଇଁ ୦୨ ଟି ,ପୋଲିସ ସହାୟତା ପାଇବା ପାଇଁ ୦୩ ଟି, ଏବଂ ଅନ୍ୟାନ୍ୟ ୨୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୦୩ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଏରସମା, ଶ୍ରୀ ଦାଶରଥି ଜେନା,ତହସିଲଦାର, ଏରସମା, ଶ୍ରୀ ଦେବୀ ପ୍ରସାଦ ଆଚାର୍ଯ୍ୟ,ଏରସମା ବ୍ଲକ ଅଧ୍ୟକ୍ଷା, ଲକ୍ଷ୍ମୀପ୍ରିୟା ମହାପାତ୍ର,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ଏରସମା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
