ଯାଜପୁର, ୧୩/୦୧/୨୦୨୫ (ଓଡ଼ିଶା ସମାଚାର)- ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କେ.ଏନ୍.ଡି.ଏ ସମ୍ମିଳନୀ ଗୃହ, କଳିଙ୍ଗନଗରଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକ୍ରିଷ୍ଣ ଜେନା ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୬୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୭ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୪ ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୪୭ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୫୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ,ଯାଜପୁର ରୋଡ ,ଉପ ଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥି ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ,ଯାଜପୁର, ଡଃ ପ୍ରକାଶ ଚନ୍ଦ୍ର ବଳ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
କେ.ଏନ୍.ଡି.ଏ ସମ୍ମିଳନୀ ଗୃହ, କଳିଙ୍ଗନଗର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ।
