ଜନସାଧାରଣଙ୍କ ସହ ମିଶିଲେ ରାଜ୍ୟପାଳ
ଭୁବନେଶ୍ୱର,୧୩/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଭୁବନେଶ୍ୱର ରାଜଭବନ ଉଦ୍ୟାନ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଆଜିଠାରୁ ଖୋଲାଯାଇଛି । ପ୍ରଥମ ଦିନରେ ଶୀତୁଆ ଅପରାହ୍ନସତ୍ୱେ ତିନି ହଜାରରୁ ଉଦ୍ଧ୍ୱର୍ ଜନସାଧାରଣ ରାଜଭବନର ମନୋରମ ଉଦ୍ୟାନ ପରିଦର୍ଶନ କରିଥିଲେ । ଏହି ଅବସରରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମ୍ ପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ ପାଟି ଜନସାଧାରଣଙ୍କ ସହ ମିଶି ବାର୍ତାଳାପ କରିଥିଲେ । ନିଜର ପିତାମାତା / ଅଭିଭାବକଙ୍କ ସହ ଆସିଥିବା ଛୋଟ ଛୋଟ ଶିଶୁମାନଙ୍କ ସହ ମିଶିବା ସହିତ ସେମାନଙ୍କୁ ଚକୋଲେଟ୍ ଏବଂ ପେନ୍ ପ୍ରଦାନ କରିଥିଲେ । ଏତଦ୍ବ୍ୟତୀତ ଉଦ୍ୟାନ ପରିଦର୍ଶନ କରୁଥିବା ଭିନ୍ନକ୍ଷମମାନଙ୍କ ସହ ମିଶି ବାର୍ତାଳାପ କରିଥିଲେ । ସୂଚନାଯୋଗ୍ୟଯେ ଦର୍ଶକମାନେ ରାଜଭବନ ଉଦ୍ୟାନର ନୈସର୍ଗିକ ଶୋଭାରାଜି, ବିଭିନ୍ନ କିସମର ବୃକ୍ଷ ଲତା, ପୁଷ୍ପରାଜି, ମୁ୍ୟଜିକ୍ ଫାଉଂଟେନ୍, ହରିଣ ଉଦ୍ୟାନ, ମୟୁର ତଥା ଅନ୍ୟାନ୍ୟ ପକ୍ଷୀ, ମୁକ୍ତ ଆକ୍ୱାରିୟମ୍ ପରିଦର୍ଶନ କରି ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ ।
ସୂଚନାଯୋଗ୍ୟଯେ, ଚଳିତ ଜାନୁଆରୀ ମାସ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ରାଜ ଭବନ ଉଦ୍ୟାନ ଖୋଲା ରହିବ ବୋଲି ନିଷ୍ପତି ନିଆଯାଇଛି । କେବଳ ମୋବାଇଲ୍ ଆପ୍ ପଂଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍ ଆପ୍ ଡାଉନ୍ ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍ ସାଇଟରେ ଉପଲବ୍ଧ ଥିବା କୁ୍ୟ-ଆର୍ କୋଡ଼ ମାଧ୍ୟମରେ ମୋବାଇଲ୍ ଆପ୍ ମଧ୍ୟ ଡାଉନ୍ ଲୋଡ କରାଯାଇପାରିବ । ଉପରୋକ୍ତ ଧାର୍ଯ୍ୟ ତାରିଖ ଅବଧି ମଧ୍ୟରେ ଅପରାହ୍ନ ଘ ୨.୩୦ମି. ରୁ ୫ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ପରିଦର୍ଶନ ସମୟ ଧାର୍ଯ୍ୟ କରାଯାଇଛି ।
ସେହିପରି ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏସଂପର୍କରେ ଏ.ଡ଼ି.ସି /ଚିଫ୍ ସିକୁ୍ୟରିଟି ଅଫିସରଙ୍କୁ ବିଦ୍ୟାଳୟ କର୍ତୃର୍ପକ୍ଷ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ ପତ୍ରପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟପ୍ରତିଦିନ (ରବିବାର ବ୍ୟତୀତ) ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି ।ଏ ସଂପର୍କରେ ଅଧିକ ବିବରଣୀ ପାଇଁ ବିଦ୍ୟାଳୟ କର୍ତୃପକ୍ଷ ୱେବ୍ ସାଇଟ୍ www.rajbhavanodisha.gov.in ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ଓ ପରିଚୟ କାର୍ଡ଼ ପରିଧାନ ପୂର୍ବକ ଶିକ୍ଷକ / ଶିକ୍ଷୟିତ୍ରୀ / ସ୍କୁଲ କର୍ମଚାରୀଙ୍କ ତତ୍ୱାବଧାନରେ ଆସିବାକୁ ସୂଚନା ଦିଆଯାଇଛି । ଉଲ୍ଲେଖଯୋଗ୍ୟଯେ ସମସ୍ତ ଉଦ୍ୟାନ ଦର୍ଶନାର୍ଥୀମାନଙ୍କ ପାଇଁ ନୁ୍ୟ ଅଭିଷେକ ହଲ୍ ନିକଟସ୍ଥ ୩ ନମ୍ବର ଗେଟ୍ ରେ ପ୍ରବେଶ ଏବଂ ସିକୁ୍ୟରିଟି ବାରାକ ନିକଟସ୍ଥ ଗେଟ ୍ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି ।
-୦-
ସଂଜୀବ ବାରିକ, ରାଜ୍ୟପାଳଙ୍କ ଲୋକସଂପର୍କ ଅଧିକାରୀଙ୍କ ସୌଜନ୍ୟରୁ