ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ମାଆଙ୍କ ପରଲୋକରେ ଜଙ୍ଗଲ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଶୋକ

ଭୁବନେଶ୍ୱର,୧୬/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ମାଆ ଲୋଭାବତୀ ପରିଡାଙ୍କ ପରଲୋକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ସେ କହିଛନ୍ତି, “ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ମାଆ ଲୋଭାବତୀ ପରିଡାଙ୍କ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଶୋକାକୁଳ  ।  ଏ ପୃଥିବୀରେ ମା ହେଉଛି ଆଦର୍ଶ ।  ପିଲାର ଅନ୍ତର୍ନିହିତ ପ୍ରତିଭାକୁ ଚିହ୍ନି ତାକୁ ସାକାର ରୂପ ଦେବାରେ ମା’ର ଭୂମିକା ଅସାମାନ୍ୟ  । ମା ଏବଂ ପିଲା ମଧ୍ୟରେ ବନ୍ଧନ ଜୀବନର ସବୁଠାରୁ ସୁଦୃଢ ଏବଂ ଚିରସ୍ଥାୟୀ ସମ୍ପର୍କ । 

ପ୍ରଭୁ ଜଗନ୍ନାଥ ଏଭଳି ଦୁଃଖଦ ପରିସ୍ଥିତିକୁ ଧୈର୍ଯ୍ୟର ସହ ସାମନା କରିବାକୁ  ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଓ ତାଙ୍କ ପରିବାରବର୍ଗଙ୍କୁ ଅସୀମ ଶକ୍ତି ପ୍ରଦାନ କରନ୍ତୁ, ଏହା ହିଁ ମୋର ପ୍ରାର୍ଥନା ।  ମୋର ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସଙ୍ଗେ ସଙ୍ଗେ ଅମର ଆତ୍ମାର ସଦଗତି କାମନା କରୁଛି  ।”

-0-

ମାନସ ରଞ୍ଜନ ଖୁଣ୍ଟିଆ ,ଲୋକସମ୍ପର୍କ ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *