ଜାନୁଆରୀ ୨୦ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର, ୧୭/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଗାମୀ ଜାନୁଆରୀ ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣି ର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

-0-

ପଠାଣି ରାଉତ ,ଲୋକ ସଂପର୍କ  ଅଧିକାରୀ ଙ୍କ  ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *