ରସୁଲପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର,୨୦/୦୧/୨୦୨୫(ଓଡ଼ିଶା ସମାଚାର)- ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀ  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରି  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୧୮୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୦୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୦୮  ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୬୮ ଗୋଟି, ଅଭିଯୋଗର ଶୁଣାଣି କରାଯାଇଥିଲା। ୮୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ, ଯାଜପୁର ସାଂସଦଙ୍କ  ପ୍ରତିନିଧି ଶ୍ରୀ ଫଣେନ୍ଦ୍ର ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅରବିନ୍ଦ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବକ୍ରିଷ୍ଣ ଜେନା, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ଶ୍ରୀ ଅଂଶୁମାନ ଶତପଥି , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରସୁଲପୁର, ଶ୍ରୀ ସତ୍ୟାନନ୍ଦ ଦାସ,ତହସିଲଦାର, ରସୁଲପୁର, ଶ୍ରୀ ନିରଞ୍ଜନ ସାହୁ,  ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *