ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାନଙ୍କୁ ମିଳିବ 5 ଲକ୍ଷ ଟଙ୍କା ଲେଖାଏଁ ମୂଳଧନ (Seed Money)

1542 ଟି ସଂସ୍ଥା ପାଇବେ 76.80 କୋଟି

ଭୁବନେଶ୍ୱର,୨୧/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ  ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି। ଏହା ମଧ୍ୟରେ 1542 ଟି  ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି।

ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ  5 ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା Seed Money  ଦିଆଯିବ । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ଏହାଦ୍ୱାରା ନବଗଠିତ 1542ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ 76.80 କୋଟି ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *