ଯବାନଙ୍କ ସ୍ୱତନ୍ତ୍ର ଭତ୍ତା ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା କୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୨/୦୧/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା, ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି ।

ଏହି ଅବସରରେ ଯବାନଙ୍କୁ ମିଳୁଥିବା ସ୍ୱତନ୍ତ୍ର ଭତ୍ତା (Risk Allowance) ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଓଡିଶାରେ ନକ୍ସଲ ବିରୋଧୀ ଅଭିଯାନ ଆହୁରି ବ୍ୟାପକ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

https://x.com/CMO_Odisha/status/1881758154322747876

Odisha # Odisha News # Odisha Samachar # Eodishasamachar.com/Chief Minister Odisha #

Leave a Reply

Your email address will not be published. Required fields are marked *