ଭୁବନେଶ୍ୱର,୨୩/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
-0-
ପଠାଣି ରାଉତ ,ଲୋକ ସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
