ଜିଲା କଂଗ୍ରେସ ପକ୍ଷରୁ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା, ୨୩/୦୧/୨୦୨୫ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲଳ କଂଗ୍ରେସ ପକ୍ଷରୁ କଜଳାସ୍ଥିତ ଜିଲଳ କଂଗ୍ରେସ ଭବନ ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଭାରତବର୍ଷକୁ ବ୍ରିଟିଶ ଶାସନ ଅଧିନରୁ ମୁକ୍ତ କରିବା ପାଇଁ ସ୍ୱାଧୀନତା ସଂଗ୍ରାମରେ ଅଂଶଗ୍ରହଣ ଓ ଫିରିଙ୍ଗି ଶାସନ ଗାଦିକୁ ଟଳମଟଳ କରିବାରେ ଏହି ଦୁଇ ଯୋଦ୍ଧାଙ୍କର ଅବଦାନ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିଛି । ପ୍ରାରମ୍ଭରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ପରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ଉପଲକ୍ଷେ ଅନୁଷ୍ଠିତ ଆଲୋଚନାଚକ୍ରକୁ ଜିଲା କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଫୁଲ୍ଲ କୁମାର ଦାସ ସଂଚାଳନ କରିଥିବା ବେଳେ ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରା, ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ କୁମାର ମହାନ୍ତି, ପୂର୍ବତନ ନଗରପାଳ ମହମ୍ମଦ ଆକବର ଅଲ୍ଲୀ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ ।

Leave a Reply

Your email address will not be published. Required fields are marked *