ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ନୂତନ ଓଡ଼ିଶା ଉନ୍ନତ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ

  ଖୋର୍ଦ୍ଧା, ୨୩/୧୨/୨୦୨୩ (ଓଡ଼ିଶା ସମାଚାର)-  ଓଡିଶା ସରକାରଙ୍କ ନୂତନ ଓଡିଶା ଓ ଉନ୍ନତ ଓଡିଶା କାର୍ଯ୍ୟକ୍ରମ ଓଡିଶାର ସମସ୍ତ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ପାଳିତ ହେଉଛି ।ଆଜି ଏହିକ୍ରମରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ଓ ଏଥିସହ ସଲଗ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହାର ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମହାବିଦ୍ୟାଳୟର ପୁର୍ବତନ ଓଡ଼ିଆ ଅଧ୍ୟାପକ ,ଓଡ଼ିଶାର ଲବ୍ଧପ୍ରତିଷ୍ଠ ନାଟ୍ୟକାର ପ୍ରଫେସର ବିଜୟ କୁମାର ଶତପଥୀ ମୂଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ଅନ୍ୟତମ ଅତିଥି ଓଡ଼ିଶା ସଚିବାଳୟର ଅବସରପ୍ରାପ୍ତ ଅଧିକାରୀ ସୁବାଷ ଚନ୍ଦ୍ର ମହାପାତ୍ର ଛାତ୍ରଛାତ୍ରୀ ମାନଙ୍କୁ ବାଣପୁରର କଳା ସାହିତ୍ୟ ଇତ୍ୟାଦି ସମ୍ପର୍କରେ ବୁଝାଇ ସେଗୁଡ଼ିକର ସୁରକ୍ଷା ପାଇଁ ପ୍ରଚେଷ୍ଟା ଜାରି ରଖିବା ନିମନ୍ତେ ଉପଦେଶ ଦେଇଥିଲେ।ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ ଶୂରପ୍ରତାପ ନରେନ୍ଦ୍ର ସିଂ ବର୍ମାଅତିଥି ପରିଚୟ ପ୍ରଦାନକରିଥିବାବେଳେ ଯୁକ୍ତ ଦୁଇ ଭାରପ୍ରାପ୍ତ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ମିଶ୍ର ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଛାତ୍ରଛାତ୍ରୀ ମାନକୁ ବୁଝାଇ କହିଥିଲେ।ରସାୟନ ବିଜ୍ଞାନ ବିଭାଗର ଅଧ୍ୟାପିକା ଉତ୍କଳୀକା ପାଢୀ ମଞ୍ଚ ପରିଚାଳନା କରିଥିବା ବେଳେ ଯୁକ୍ତ ଦୁଇ ନୋଡାଲ ଅଫିସର ଜୟନ୍ତ କୁମାର ବିହାରୀ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀ ମାନଙ୍କ ନାମ ଘୋଷଣା କରିଥିଲେ।ଏଷ୍ଟାବ୍ଳିସମେଣ୍ଟ ଅଧିକାରୀ ଆଦିତ୍ୟସାରଥୀ ବେଦମତ୍ତା, ଅନୀତା ଦଳେଇ, ବାଦଲ ବେହେରା ,ସତ୍ୟାନନ୍ଦ ମହାରଣା, ସ୍ଵାଗତୀକା ସାହୁ ,ଡ଼ ଗୁରୁ କିଶୋର ନାୟକ,ରଶ୍ମିତା ମହାରଣା,ହିଟଲର ବେହେରାଙ୍କ ସମେତ ଏହି କାର୍ଯ୍ୟକ୍ରମକୁ ଏକ ମାସଧରି ପରିଚାଳନା କରିଥିବା ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ସମସ୍ତ ସାମ୍ବାଦିକଙ୍କୁ ଏଥିରେ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave a Reply

Your email address will not be published. Required fields are marked *