ଜଗତସିଂହପୁର ୨୪/୦୧/୨୦୨୫ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ୧୨୮ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ସ୍ଥାନୀୟ କଲେଜ ଛକ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ୨୩ ଜାନୁଆରୀ ୧୮୯୭ ରେ କଟକର ଓଡ଼ିଆ ବଜାରଠାରେ ଜନ୍ମ ଗ୍ରହଣ କରିଥିଲେ। ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି, ଦିଲ୍ଲୀ ଚଲୋ ନାରା ରେ ସେ ସମଗ୍ର ଦେଶବାସୀ ଙ୍କୁ ଉଦବୁଦ୍ଧ କରିଥିଲେ। ତାଙ୍କର ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ।
ଭାରତ ସରକାର ଙ୍କ ତରଫ ରୁ ତାଙ୍କ ଜନ୍ମ ଦିବସ କୁ ପରାକ୍ରମ ଦିବସ ଭାବେ ପାଳନ କରାଯାଉଛି।ଆଜି ତାଙ୍କର ପବିତ୍ର ଜନ୍ମ ତିଥି ରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା,୭ ନଂ ୱାର୍ଡ କାଉନସିଲର ଗୁଲାମ ଅଲି ଖାନ୍,୨୧ ନଂ ୱାର୍ଡ କାଉନସିଲ ସାଗରିକା ଦାସ, ପୌର ପରିଷଦର ଦୀପକ ପଟ୍ଟନାୟକ, ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।