ମହାନ୍‌ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ପାଳନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର, ୨୪/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମହାନ୍‌ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ପାଳନ ଅବସରରେ ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଭୁବନେଶ୍ୱରର ମୁ୍ୟଜିୟମ୍‌ ଛକସ୍ଥିତ ମହାନ୍‌ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ମାଲ୍ୟାର୍ପଣ ହୋଇଯାଇଛି ।

   ସକାଳ ୮ ଘଟିକା ସମୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦେବ, ପୂର୍ବତନ ବିଧାୟକ ଶ୍ରୀ ସୁରେଶ ଚନ୍ଦ୍ର ରାଉତରାୟ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଭୁବନେଶ୍ୱର ଶ୍ରୀ ଲକ୍ଷ୍ମଣ ବେହେରା, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ, ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ମହାନ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

-0-

ପ୍ରମୋଦିନୀ ଟେଟେ,ସୂଚନା ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *