ଚମେଲି ଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ

ଜୁନାଗଡ଼,୨୬/୦୧/୨୦୨୫ (ଓଡ଼ିଶା ସମାଚାର/ ରାକେଶ ବେମାଲ)- ଜୁନାଗଡ଼ ସ୍ଥିତ ଚମେଲି ଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି ।ଉଦଘାଟନ ଦିବସରେ ଚମେଲି ଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ଲ।ୟନ ମାଣିକ ଚାନ୍ଦ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାର୍ଷିକ କ୍ରୀଡ଼ାର ଶୁଭ ଉଦ୍ଘାଟନ କରିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ରୁଦ୍ର ନାରାୟଣ ବେହେରା ଯୋଗଦେଇ ଛାତ୍ରୀ ମାନଙ୍କୁ ଉତ୍ସ।ହିତ କରିଥିଲେ ।ଏହି ବାର୍ଷିକ କ୍ରୀଡା ତିନି ଦିନ ଧରି ଅନୁଷ୍ଟିତ ହୋଇଥିଲା ।ଏଥିରେ ଛାତ୍ରୀ ମାନେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇଥିଲେ । ପୁରସ୍କାର ବିତରଣ ଉତ୍ସବ ରେ କଲେଜ ଅଧ୍ୟକ୍ଷ। ପ୍ରିୟ ମଞ୍ଜରୀ ପଣ୍ଡା ଙ୍କ ସଭାପତିତ୍ୱରେ ଅନୁଷ୍ଟିତ କାର୍ଯ୍ୟକ୍ରମ ରେ ଜୁନାଗଡ଼ ବି ଇ ଓ ତପନ କୁମାର ମାଝି ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ ।ଏଥିରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *