ମନୋରମା ପ୍ଲବିକ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୭/୦୧/୨୦୨୫(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋ ଗ୍ରାମପଂଚାୟତର ମନୋରମା ପବ୍ଲିକ ସ୍କୁଲର ୨୧ତମ ବାର୍ଷିକ ଉତ୍ସବ ଅର୍ଜ୍ଜୁନ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ମୋବାଇଲ ଠାରୁ ପିଲାଙ୍କୁ ଦୂରରେ ରହିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟବକ୍ତା ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ ଯୋଗଦେଇ ପିଲାମାନଙ୍କୁ ବିଭିନ୍ନ ଉପାଦେୟ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷାଧିକାରୀ ସରୋଜକାନ୍ତ ବିହାରୀ ଓ ଗଙ୍ଗାରାମ ହାଇସ୍କୁଲର ଶିକ୍ଷକ ଚିତରଞ୍ଜନ କବି ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଶିକ୍ଷକ ମନୋଜ କୁମାର ବାରିକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ଚିନ୍ମୟୀ ଦାସ ବିବରଣୀ ପାଠ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ନନ୍ଦକିଶୋର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଭଞ୍ଜନ ରାଉତଙ୍କ ସମେତ ମନୋରମା ପବ୍ଲିକ ସ୍କୁଲର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Leave a Reply

Your email address will not be published. Required fields are marked *