ଜଗତସିଂହପୁର,୨୭/୦୧/୨୦୨୫ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୭୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୨ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୬ ଟି, ଆବାସ ଯୋଜନା ସମ୍ପର୍କୀୟ ୭ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୫ ଟି, ପେନସନ ପାଇବା ପାଇଁ ୫ ଟି,ପୋଲିସ ସହାୟତା ପାଇବା ପାଇଁ ୦୨ଟି, ଏବଂ ଅନ୍ୟାନ୍ୟ ୧୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୬ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରଘୁନାଥପୁର,ଶ୍ରୀ ବିରଞ୍ଚି ନାରାୟଣ ବେହେରା,ତହସିଲଦାର,ରଘୁନାଥପୁର, ଶ୍ରୀମତୀ ଅଭିପ୍ସା ପଟ୍ଟନାୟକ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
