ସାଧାରଣତନ୍ତ୍ର ଦିବସ ଅବସରରେ ରାଜ ଭବନରେ ଆଟ୍-ହୋମ୍ ଅନୁଷ୍ଠିତ

ଭୁବନେଶ୍ୱର,୨୭/୦୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ତା୨୬.୦୧.୨୦୨୫ରିଖ ଅପରାହ୍ନରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ସୌଜନ୍ୟରେ ରାଜଭବନଠାରେ ଆଟ୍-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍ପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ହାଇକୋର୍ଟର ମାନ୍ୟବର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଶ୍ରୀ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଓ ସହଧର୍ମିଣୀ ଶ୍ରୀମତୀ ସୋମା ସିହ୍ନା, ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏତଦ୍ବ୍ୟତୀତ ଓଡ଼ିଶା ହାଇକୋର୍ଟର ମାନ୍ୟବର ନ୍ୟାୟମୂର୍ତ୍ତି ବୃନ୍ଦ, ମାନ୍ୟବର ସାଂସଦ ଓ ବିଧାୟକ, ସ୍ୱାଧୀନତା ସଂଗ୍ରାମୀ, ପଦ୍ମପୁରସ୍କାର ବିଜେତା, ରାଜନୈତିକ ଦଳର କର୍ମକର୍ତ୍ତା / ବ୍ୟକ୍ତି ବିଶେଷ, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, କ୍ରୀଡ଼ାବିତ୍, ସାରସ୍ୱତ ସ୍ରଷ୍ଟା, କଳାକାର, ପିଭିଟିଜି ବର୍ଗର ବ୍ୟକ୍ତି ବିଶେଷ, ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ଓ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଆଟ୍-ହୋମ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଅବସରରେ ରାଜ୍ୟପାଳ ଡ. କମ୍ଭମ୍ପାଟି ବିଭିନ୍ନ ବର୍ଗର ଅତିଥିମାନଙ୍କ ସହିତ ଭାବବିନିମୟ କରିଥିଲେ ।
-୦-
ସଂଜୀବ ବାରିକ,ରାଜ୍ୟପାଳଙ୍କ ଲୋକସଂପର୍କ ଅଧିକାରୀଙ୍କ ସୌଜନ୍ୟରୁ

Leave a Reply

Your email address will not be published. Required fields are marked *