ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ

ଭୁବନେଶ୍ୱର, ୨୮/୦୧/୨୦୨୫ (ଓଡ଼ିଶା ସମାଚାର)-  ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଯିବାକୁ ପ୍ରସ୍ତୁତି ଚାଲିଛି। ଅସୁସ୍ଥତା ନେଇ ତାଙ୍କ ପୁଅ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ମଙ୍ଗଳବାର ପରିବାର ପକ୍ଷରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଳିଛି। ଅସୁସ୍ଥତା ସମ୍ପର୍କରେ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *