ଏଣ୍ଡର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

କେନ୍ଦ୍ରାପଡ଼ା,୩୧/୦୧/୨୦୨୫(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଂଚାୟତର ଏଣ୍ଡର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲିପ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ସମ୍ମାନୀତ ଅତିଥି ଭାବେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ, ପଂଚସଖା ଶିକ୍ଷାସେତୁ କମିଟି ସଭାପତି ପ୍ରଦୁ୍ୟମ୍ନ କୁମାର ଜେନା, ସରପଂଚ ସରୋଜିନି ନାୟକ, ସମିତିସଭ୍ୟ ସରୋଜରଞ୍ଜନ ଜେନା, ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ମାନସ ଚନ୍ଦ୍ର ଜେନା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ ବେହେରା ବିଦ୍ୟାଳୟ ପରିସରରେ ମହାତ୍ମାଗାନ୍ଧୀଙ୍କ ଏକ ପ୍ରତିମୂର୍ିକୁ ଉଦଘାଟନ କରିଥିଲେ । ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ଅନ୍ନପୂର୍ଣ୍ଣା ପରିଡାଙ୍କୁ ପୁଷ୍ପଗୁଛ, ଉତରୀୟ ପ୍ରଦାନ ପୂର୍ବକ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବର୍ତମାନ ଓ ପୂର୍ବତନ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସମେତ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *