ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର ୦୩/୦୨/୨୦୨୫ (ଓଡ଼ିଶା ସମାଚାର)- ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର  ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ  ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୨୧୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ  ୯୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୧୦  ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୧୦୫ ଗୋଟି ଓ ରେଡ୍ କ୍ରସ୍ ପାଣ୍ଠିରୁ ୦୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୩୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ କୈଳାଶ ଚନ୍ଦ୍ର ସେଠୀ, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ ,   ଉପ ଜିଲ୍ଲାପାଳ, ଯାଜପୁର , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ,ଶ୍ରୀ ଧର୍ମ ରଞ୍ଜନ ପଣ୍ଡା ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *