ଭୁବନେଶ୍ୱର,୦୩ /୦୨/୨୦୨୫ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବରଗଡ଼ ସହର ସ୍ଥିତ ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବରରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ପ୍ରଥମେ ତାଙ୍କୁ ବରଗଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଭୁବନେଶ୍ବର ଅଣାଯାଇଛି । ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଜାଣି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଛନ୍ତି। ଏହାସହ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିଛନ୍ତି।
ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ
