ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ

ଜଗତସିଂହପୁର ୦୪/୦୨/୨୦୨୫ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରେ ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ତାଙ୍କର ପବିତ୍ର ମହାପ୍ରୟାଣ ତିଥି ରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ,  ପୌର ପରିଷଦର ଦୀପକ ପଟ୍ଟନାୟକ ପ୍ରମୁଖ  ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।

Leave a Reply

Your email address will not be published. Required fields are marked *