ଡ଼ମଶାଳ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ 

ଭୁବନ, ୦୫/୦୨/୨୦୨୫ (ଓଡ଼ିଶା ସମାଚାର)- ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ଓଡିଶ ଗ୍ରାମରେ ଥିବା ଏକମାତ୍ର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚ ବିଦ୍ୟାଳୟ ଡମଶାଳ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସତ୍ୟରଞ୍ଜନ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସଵରେ ଭୁବନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆୟୁଶୀ ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ହରିହର ସାହୁ ମୁଖ୍ୟ ବକ୍ତା, ସମ୍ନାନିତ ଅତିଥିଭାବେ ଭୁବନ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରାଜଲକ୍ଷ୍ମୀ ଟୁଡୁ, ତାରିଣୀପସି ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସେଠୀ, କାନ୍ତୋଲ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ନିକୁଞ୍ଜ ବିହାରୀ ପଣ୍ଡା, ସ୍କୁଲ କମିଟି ସଭାପତି ରିପୁନ ଷଣ୍ଢ, ମୋ ସ୍କୁଲ ଅଧକ୍ଷ ମନ୍ମଥ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ । ତାରିଣୀପଶି ସ୍କୁଲର ହିନ୍ଦି ଶିକ୍ଷକ ନାରାୟଣ ପଣ୍ଡା ଅତିଥି ପରିଚୟ ପ୍ରଦାନ କରାଯିବା ପରେ ପ୍ରଦ୍ବୀପ ପ୍ରଜ୍ବଳନ କରାଯାଇ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା । କୁନି କୁନି ପିଲାଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଓ ନୃତ୍ୟ ପରିବେଷଣ କରାଯାଇଥିଲା । ବାର୍ଷିକ କ୍ରୀଡାରେ କୃତକାର୍ଯ୍ୟ ହୋଇଥିବା ପିଲାମାନଙ୍କୁ ଅତିଥିଙ୍କ ଦ୍ୱାରା ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରାଯାଇଥିଲା । ଶେଷରେ ସ୍କୁଲ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *