“ଗରିବ ଲୋକଙ୍କୁ ନ୍ୟାୟ ପ୍ରଦାନରେ ଆଇନଜୀବୀ ମାନଙ୍କର ପ୍ରମୁଖ ଭୂମିକା ରହିଛି”
ଭୁବନ, ୦୮/୦୨/୨୦୨୫ (ଓଡ଼ିଶା ସମାଚାର)- ଭୁବନ ଓକିଲ ସଂଘ ର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସଂଘ ସଭାପତି ବାବୁଲି କୁମାର ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଦିବସ ରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ର ନ୍ୟାୟମୂର୍ତ୍ତୀ ଶଶୀକାନ୍ତ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗରିବ ଲୋକଙ୍କୁ ନ୍ୟାୟ ପ୍ରଦାନରେ ଓକିଲ ବନ୍ଧୁ ମାନଙ୍କ ମହତ୍ତ୍ଵପୂର୍ଣ୍ଣ ଭୂମିକା ରହିଛି ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ର ବରିଷ୍ଠ ଆଇନଜୀବି ମନୋଜ କୁମାର ମିଶ୍ର,ବିଭୁ ପ୍ରସାଦ ତ୍ରିପାଠୀ ଓ ଢେ଼ଙ୍କାନାଳ ର ବରିଷ୍ଠ ଆଇନଜୀବି ଦିପ୍ତିଶ ପଟ୍ଟନାୟକ ଯୋଗଦେଇଥିଲେ । ବରିଷ୍ଠ ଆଇନଜୀବି ରବୀନ୍ଦ୍ର କୁମାର ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସମ୍ପାଦକ ପ୍ରହଲ୍ଲାଦ ସାହୁ ବିବରଣୀ ପାଠ କରିଥିଲେ ଓ ପ୍ରଶାନ୍ତ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଭୁବନ ଓକିଲ ସଂଘ ର ସମସ୍ତ ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ ଓ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଆଇନଜୀବି ଓ ବୁଦ୍ଧିଜୀବୀ ମାନେ ଯୋଗଦେଇଥିଲେ ।