ଜଗତସିଂହପୁର ୧୧/୦୨/୨୦୨୫ (ଓଡ଼ିଶା ସମାଚାର)- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ମୋଟ ୯୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୮୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୨୦ ଟି, ଆବାସ ପାଇଁ ୨ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୩ ଟି, ଭତ୍ତା ପାଇବା ପାଇଁ ୦୫ ଟି, ପୋଲିସ ସହାୟତା ପାଇଁ ୦୫ ଟି, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ୧ ଟି ଏବଂ ଅନ୍ୟାନ୍ୟ ୨୯ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ , ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଜଙ୍ଗ ଶ୍ରୀ ବିକାଶ କୁମାର ମହାନ୍ତି, ତହସିଲଦାର, କୁଜଙ୍ଗ, ଶ୍ରୀ ସ୍ୱରୂପ ନନ୍ଦନ ବେହେରା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
