ପୁରୀ, ୨୫/୧୨/୨୦୨୩ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡି ଯାଇ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ଚକ୍ରତୀର୍ଥ ବେଳାଭୂମିରେ ଏହି ଅଘଟଣ ଘଟିଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡି ଯାଇ ଜଣେ ଯୁବକଙ୍କର ମୃତ୍ୟୁ
