କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଜାରି
କଟକ, ୧୭/୦୨/୨୦୨୫(ଓଡ଼ିଶା ସମାଚାର)- ବିଦୁ୍ୟତ ଖୁଂଟରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ରାଣୀହାଟ ତାଳଦଣ୍ଡା କେନାଲ କୂଳ ରାସ୍ତାରେ ଥିବା ଏକ ବିଦୁ୍ୟତ ଖୁଂଟରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।
ତେବେ ମୃତୁ୍ୟର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ରାଣୀହାଟ ପୋଲ ନିକଟରେ ଥିବା ଏକ ବିଦୁ୍ୟତ ଖୁଂଟରେ ଜଣେ ଯୁବକଙ୍କ ମୃତ ଦେହ ଝୁଲୁଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ ।
ସ୍ଥାନୀୟ ଲୋକ ତୁରନ୍ତ ପୋଲିସକୁ ଏ ବିଷୟରେ ଖବର ଦେଇଥିଲେ । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଂଚି ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡ଼ିକାଲକୁ ପଠାଇଛି । ତେବେ ବର୍ତମାନ ଯାଏ ମୃତୁ୍ୟର ସଠିକ କାରଣ ଜଣା ପଡ଼ିନାହିଁ । ପୋଲିସ ଏକ ଅପମୃତୁ୍ୟ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।