ଭୁବନେଶ୍ୱର,୧୭/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବିଧାନସଭାରେ ଆଜି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଆଗତ ହେବାକୁ ଥିବାବେଳେ ଏହା ପୂର୍ବରୁ ରାଜ୍ୟପାଳଙ୍କୁ ଭେଟଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୋମବାର ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟି ସେ ବଜେଟ୍ କପି ପ୍ରଦାନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ବଜେଟ୍ କପି ଗ୍ରହଣ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।