ଏଫଆଇଏଚ ହକି ପ୍ରୋ ଲିଗ

ଭୁବନେଶ୍ୱର,୧୮/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ତ୍ତ, ଅବକାରୀ ଓ ଆଇନ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଆଜି ଭାରତ ଓ ସ୍ପେନ ମହିଳା ହକି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ମ୍ୟାଚରେ ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ।

ଏହି ଅବସରରେ ହକି ଇଣ୍ଡିଆ ପ୍ରେସିଡେଣ୍ଟ ଶ୍ରୀ ଦିଲୀପ ତିର୍କୀ ଏବଂ ଭାରତୀୟ ମହିଳା ଫୁଟବଲ ଟିମ୍ ର ପୂର୍ବତନ କ୍ୟାପଟେନ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ଉପସ୍ଥିତ ଥିଲେ।

ଭାରତ ଓ ସ୍ପେନ ମହିଳା ହକି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ମ୍ୟାଚରେ ସ୍ପେନ ମହିଳା ହକି ଦଳ ବିଜୟ ହାସଲ କରିଛନ୍ତି।

-0-

ଅମ୍ଳାନ ଦାସ ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *