ଜଗତସିଂହପୁର ୧୮/୦୨/୨୦୨୫ (ଓଡ଼ିଶା ସମାଚାର)- ଏରସମା ବ୍ଲକ ଅନ୍ତର୍ଗତ ଆମ୍ବିକି ସ୍ଥିତ ଅମ୍ବିକେଇ ଉଚ୍ଚ ବିଦ୍ୟାଳୟରେ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକର ତରଫରୁ ସଡକ ସୁରକ୍ଷା, ମୋଟର ଦୁର୍ଘଟଣା ଦାବି ଟ୍ରିବ୍ୟୁନାଲ, ବିକଳ୍ପ ବିବାଦ ସମାଧାନ ପ୍ରଣାଳୀ, ସାର୍ବଜନୀନ ଉପଯୋଗୀ ସେବା ପାଇଁ ସ୍ଥାୟୀ ଲୋକ ଅଦାଲତର ପ୍ରତିଷ୍ଠା ଏବଂ କାର୍ଯ୍ୟକାରିତା, ଆଇନ ସେବା ପ୍ରାଧିକରଣ ନିୟମ, ୧୯୮୭ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।
ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ବରିଷ୍ଠ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ର ଛାତ୍ରୀମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ଵାଗତ ଭାଷଣ ଦେଇଥିଲେ । ଏହା ପରେ ଆଇନ ସେବା ପ୍ରାଧିକରଣ ସଚିବ ସଡକ ସୁରକ୍ଷାର ନିଯମାବଳୀ ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ । ଏହି ଅବସରରେ ସଚିବଙ୍କ ନେତୃତ୍ବରେ ଛାତ୍ରଛାତ୍ରୀମାନେ ସଡକ ସୁରକ୍ଷାର ସ୍ଲୋଗାନ ଦେଇ ଏକ ପଦଯାତ୍ରା କରିଥିଲେ । ଶେଷରେ ବରିଷ୍ଠ ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ ।